ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାରରେ ପୁସ୍ତକ ପ୍ରଦର୍ଶନୀ

ଭୁବନେଶ୍ଵର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାରରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୨ ତମ ଜୟନ୍ତୀ ପାଳନ ଅବସରରେ ଏକ ପୁସ୍ତକ ପ୍ରଦର୍ଶନୀ ଆୟୋଜିତ ହୋଇଯାଇଛି । ଗତ ଶୁକ୍ରବାର ଦିନ ଉକ୍ତ କାର୍ଯ୍ୟକ୍ରମରେ ବିଭାଗୀୟ ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାୟ ଉଦଘାଟକ, ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ସାମଲ ମୁଖ୍ୟବକ୍ତା ଏବଂ ଅନ୍ୟତମ ଅତିଥି ଭାବରେ ଅଲେଖ ନନ୍ଦୀ ଯୋଗ ଦେଇଥିବା ସୂଚନା ମିଳିଛି । କାର୍ଯ୍ୟକ୍ରମ ଉଦଘାଟନ କରି ଗଙ୍ଗାଧରଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେହି ଆଦର୍ଶରେ ଜୀବନ ଅତିବାହିତ କରି ଓଡ଼ିଆ ଭାଷାକୁ ସମୃଦ୍ଧ କରିବା ଆଲୋଚନାର ମୁଖ୍ୟ ପ୍ରସଙ୍ଗ ଥିଲା ।

ଏହି କାର୍ଯ୍ୟକ୍ରମରେ ଯୁଗ୍ମ ଶାସନ ସଚିବ ତଥା ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ଅତସୀ ଦାସ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ କାର୍ଯ୍ୟକ୍ରମକୁ ସଫଳ କରିବାରେ ପାଠାଗାରର ସମସ୍ତ କର୍ମଚାରୀ ସହଯୋଗ କରିଥିବା ଜଣାପଡ଼ିଛି l

Related Posts

Leave a Reply

Your email address will not be published. Required fields are marked *