ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାରରେ ପ୍ରେରଣାଦାୟକ ବକ୍ତୃତା ମାଳା ଆୟୋଜିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାରରେ ପାଠକପାଠିକା ମାନଙ୍କ ସକାଶେ ଜାତୀୟ ଓ ରାଜ୍ୟସ୍ତରୀୟ ପ୍ରତିଯୋଗିତା ପରୀକ୍ଷାରେ କେମିତି ଓ କିପରି କୃତକାର୍ଯ୍ୟ ହୋଇପାରିବେ ସେନେଇ ଏକ ବକ୍ତୃତା ସଭା ଆୟୋଜିତ ହୋଇଯାଇଛି । ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାୟ ଏହି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରି ପାଠକ-ପାଠିକାମାନେ କିପରି ନିଜ ଜୀବନରେ ଉନ୍ନତି କରିବେ, ସେ ବିଷୟରେ ଉଦବୋଧନ ଦେଇଥିଲେ । ତାଙ୍କ ସହ ଏହି କାର୍ଯ୍ୟକ୍ରମରେ ନିରଞ୍ଜନ ସାହୁ ମୁଖ୍ୟବକ୍ତା, ରଞ୍ଜନ କୁମାର ମଲ୍ଲ ଅନ୍ୟତମ ଅତିଥି ଏବଂ ସୁଜିତ କୁମାର ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ । ଅତସୀ ଦାସ କାର୍ଯ୍ୟକ୍ରମକୁ ସଂଯୋଜନା କରିବା ସହିତ ଶେଷରେ ଧନ୍ୟବାଦ ଅର୍ପଣ ମଧ୍ୟ କରିଥିଲେ ।

Related Posts

Leave a Reply

Your email address will not be published. Required fields are marked *