ପାରମିତା ଶତପଥୀଙ୍କୁ ଶାରଳା ପୁରସ୍କାର

ଭୁବନେଶ୍ୱର : ଇମ୍ପାକ୍ଟ ପକ୍ଷରୁ ଆଜି ୪୨ତମ ଶାରଳା ପୁରସ୍କାର ଘୋଷଣା ହୋଇଛି । ବିଶିଷ୍ଟ କଥାକାର ପାରମିତା ଶତପଥୀ ତାଙ୍କ ଉପନ୍ୟାସ “ଅଭିପ୍ରେତ କାଳ” ନିମନ୍ତେ ଏହି ସମ୍ମାନଜନକ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି । ପୁରସ୍କାର ସ୍ୱରୂପ ଶ୍ରୀମତୀ ଶତପଥୀଙ୍କୁ ୫ ଲକ୍ଷ ଟଙ୍କା ସହ ମାନପତ୍ର ପ୍ରଦାନ କରାଯିବ । ଏହି ପୁସ୍ତକଟି ୨୦୧୬ ମସିହାରେ ପଶ୍ଚିମା ପ୍ରକାଶନ, ଭୁବନେଶ୍ୱର ଦ୍ଵାରା ପ୍ରକାଶିତ ହୋଇଛି ।

ଏହା ସହିତ କଳା ଓ ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରତିବର୍ଷ ପ୍ରଦାନ କରାଯାଉଥିବା ବଂଶୀଧର-ଇଲା ପଣ୍ଡା ସଙ୍ଗୀତ ଓ କଳା ସମ୍ମାନ ଖୁବ ଶ୍ରୀଘ୍ର ପ୍ରଦାନ କରାଯିବ । କୋଭିଡ଼ କଟକଣା ଆଖିରେ ରଖି ଚଳିତ ବର୍ଷ ପୁରସ୍କାର ସମାରୋହ ଆୟୋଜନ କରାଯାଇନଥିବା ବ୍ୟକ୍ତିଗତ ଭାବେ ପ୍ରଦାନ କରାଯିବ ।

ଉଲ୍ଲେଖନୀୟ ଯେ ଓଡ଼ିଶାର ବିଶିଷ୍ଟ ଶିଳ୍ପପତି ସ୍ଵର୍ଗତ ଇଲା ପଣ୍ଡାଙ୍କ ଦ୍ଵାରା ପ୍ରତିଷ୍ଟିତ “ଶାରଳା ପୁରସ୍କାର” ଇମ୍ଫା ଦ୍ଵାରା ପରିଚାଳିତ ଇଣ୍ଡିଆନ୍ ମେଟାଲସ୍ ଆଣ୍ଡ୍ ପବ୍ଲିକ ଚାରିଟେବଲ୍ ଟ୍ରଷ୍ଟ (ଇମ୍ପାକ୍ଟ) ଆନୁକୂଲ୍ୟରେ ୧୯୮୦ ମସିହାରୁ ପ୍ରତିବର୍ଷ ପ୍ରଦାନ କରାଯାଉଛି । ଇମ୍ପାକ୍ଟର ଅନ୍ୟ କାର୍ଯ୍ୟକ୍ରମ ମଧ୍ୟରେ ମୁଖ୍ୟ ହେଲା “ଏକଲବ୍ୟ ପୁରସ୍କାର”, ଯାହାକି ପ୍ରତିବର୍ଷ ଓଡ଼ିଶାର ଯୁବ କ୍ରୀଡ଼ା ପ୍ରତିଭାମାନଙ୍କୁ କ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷ ନିମନ୍ତେ ପ୍ରୋତ୍ସାହନ ସ୍ୱରୂପ ପ୍ରଦାନ କରାଯାଇଥାଏ ।    

Related Posts

Leave a Reply

Your email address will not be published. Required fields are marked *