ତ୍ରିଦିବସୀୟ ଦ୍ୱିତୀୟ ‘ସୋଆ ସାହିତ୍ୟ ଉତ୍ସବ’ ଆରମ୍ଭ ହୋଇଯାଇଛି

ଭୁବନେଶ୍ୱର : ଦେଶର ଅଗ୍ରଣୀ ବିଶ୍ୱବିଦ୍ୟାଳୟ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ରେ ‘ସେଲିବ୍ରେସନ୍ ଅଫ୍ ୱର୍ଡ୍ସ ଆଣ୍ଡ ଆଇଡିଆଜ୍‌’ (ଶବ୍ଦ ଓ ଭାବନାର ଉତ୍ସବ) ଶୀର୍ଷକରେ ଦ୍ଵିତୀୟ ଥର ପାଇଁ ତ୍ରିଦିବସୀୟ ସୋଆ ସାହିତ୍ୟ ଉତ୍ସବ ଗତକାଲିଠାରୁ ଆୟୋଜିତ ହେଉଛି । ସାହିତ୍ୟ, ସଂସ୍କୃତି, କଳା, ମଞ୍ଚ ଓ ଚଳଚ୍ଚିତ୍ର କ୍ଷେତ୍ରର ପ୍ରାୟ ୨୫୦ ରୁ ଊର୍ଦ୍ଧ୍ୱ ବିଶିଷ୍ଟ ସାହିତ୍ୟିକ, ଗାଳ୍ପିକ, କବି, ସମାଲୋଚକ, ଐତିହାସିକ, ଅନୁବାଦକ, ଭାଷା ବିଜ୍ଞାନୀ, ଗବେଷକ, ସାମ୍ବାଦିକ ଓ ଚଳଚ୍ଚିତ୍ର ଜଗତର ପ୍ରମୁଖ ବ୍ୟକ୍ତିମାନେ ଏହି ଉତ୍ସବରେ ଯୋଗ ଦେଇ କାର୍ଯ୍ୟକ୍ରମକୁ ରୁଦ୍ଧିମନ୍ତ କରୁଛନ୍ତି ।

ସୂଚନା ଥାଉ ଯେ ଏହି ଉତ୍ସବରେ ଓଡ଼ିଶାର ୧୧ ଜଣ ସାହିତ୍ୟିକ ଓ ମଂଚ ବିଶେଷଜ୍ଞଙ୍କୁ ଯଥା: ପ୍ରଖ୍ୟାତ କବି ଓ କଥାକାର ରମାକାନ୍ତ ରଥ, ପ୍ରଖ୍ୟାତ କବି ଓ ସାହିତ୍ୟ ସମାଲୋଚକ ସୀତାକାନ୍ତ ମହାପାତ୍ର ଏବଂ ଔପନ୍ୟାସିକ, ଗାଳ୍ପିକ ଓ ସ୍ତମ୍ଭକାର ବିଭୂତି ପଟ୍ଟନାୟକ, ପ୍ରତିଷ୍ଠିତ କାହାଣୀକାର ଅଚ୍ୟୁତାନନ୍ଦ ପତି, ଗାଳ୍ପିକ ସାତକଡି ହୋତା, ପ୍ରସିଦ୍ଧ ଭାଷାବିତ୍‌ ଦେବୀ ପ୍ରସନ୍ନ ପଟ୍ଟନାୟକ, ବିଶିଷ୍ଟ ଔପନ୍ୟାସିକ ଓ ଗାଳ୍ପିକ ଶାନ୍ତନୁ କୁମାର ଆଚାର୍ଯ୍ୟ, ବରିଷ୍ଠ ଅନୁବାଦକ ଓ କବି ଶ୍ରୀନିବାସ ଉଦ୍‌ଗାତା, କବି, ଗାଳ୍ପିକ ଓ ନାଟ୍ୟକାର ଜଗନ୍ନାଥ ପ୍ରସାଦ ଦାଶ, ବରିଷ୍ଠ ସାହିତ୍ୟ ସମାଲୋଚକ ଓ ପ୍ରାବନ୍ଧିକ ଦାଶରଥୀ ଦାସ, ବିଶିଷ୍ଟ ନିର୍ଦ୍ଦେଶକ ଓ ଅଭିନେତା ଅନନ୍ତ ମହାପାତ୍ରଙ୍କୁ ‘ସୋଆ ସାହିତ୍ୟ ସମ୍ମାନ’ ପ୍ରଦାନ କରାଯିବ ।

Related Posts

Leave a Reply

Your email address will not be published. Required fields are marked *